ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାଜାନ୍ଦ୍ରାଭିଷେକ ନୀତି

ପୁରୀ: ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାଜାନ୍ଦ୍ରାଭିଷେକ ନୀତି। ଶ୍ରୀମନ୍ଦିରରେ ସଂଧ୍ୟାଧୂପ ନୀତି ଶେଷହେବା ପରେ ଆଜ୍ଞାମାଳ ପାଇ ମଦନମୋହନ ଖଟ ଉପରକୁ ବିଜେ କରିବେ । ଶ୍ରୀମନ୍ଦିରର ଜୟବିଜୟ ଦ୍ୱାର ବନ୍ଦ କରାଯାଇ ଜଗମୋହନ ଭିତର ଅନ୍ଧାର କରାଯିବ । ମହାପ୍ରଭୁଙ୍କ ଆଲଟ ଲାଗି ନୀତି ସରିବା ପରେ ଡଗର ଆସି ମଦନମୋହନଙ୍କ ନିକଟରେ ରୁକ୍ମିଣୀ ବିବାହ ପ୍ରସ୍ତାବ ଜଣାଇବେ ।

ତାପରେ ମହାପ୍ରଭୁଙ୍କ ରାଜେନ୍ଦ୍ରାଭିଷେକ ନୀତି ସରିବା ପରେ ସୁସଜ୍ଜିତ ରଥରେ ମଦନମୋହନ ଘଣ୍ଟ,ଛତା, କାହାଳି ଓ ପଟୁଆର ମଧ୍ୟରେ ଶ୍ରୀମନ୍ଦିର ବେଢା ପରିକ୍ରମା କରିବେ । ସେପଟେ ଆସନ୍ତାକାଲି ଏକାଦଶୀ ତିଥିରେ ମହାପ୍ରଭୁଙ୍କ ରୁକ୍ମିଣୀ ବିବାହ ଉତ୍ସବ ବିଧି ଅନୁସାରେ ପାଳନ କରାଯିବ ।

nis-ad
Leave A Reply

Your email address will not be published.