ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲ

ପୁରୀ: ଆଜି ମହାପ୍ରଭୁଙ୍କ ଅଣସର ସେବାର ପଞ୍ଚମ ଦିନ । ସ୍ନାନବେଦୀରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ ମହାପ୍ରଭୁ ଏବେ ଜ୍ଵରରେ ପୀଡିତ ହୋଇ ଅନବସରରେ ଅଛନ୍ତି । ଅଣସର ପିଣ୍ଡିରେ ପାରମ୍ପରିକ ପଦ୍ଧତିରେ ଶ୍ରୀବିଗ୍ରହମାନଙ୍କ ଗୁପ୍ତ ଉପଚାର କରାଯାଉଛି । ଆଜି ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ଶ୍ରୀଅଙ୍ଗ ଫିଟା ନୀତି । ଓଦା ବସ୍ତ୍ର ଓଲାଗି କରିବେ ଦଇତାପତି ସେବାୟତ । ଆଜି ଲାଗି ହେବ ଫୁଲୁରୀ ତେଲ। ବଡ଼ ଓଡ଼ିଆ ମଠ ପକ୍ଷରୁ ଏହି ତେଲ ପ୍ରସ୍ତୁତି କରାଯାଇଥାଏ। ବଡ଼ ଓଡ଼ିଆ ମଠ ପକ୍ଷରୁ ଚତୁର୍ଦ୍ଧାବିଗ୍ରହଙ୍କ ଲାଗି ଏହି ଫୁଲୁରି ତେଲ ଯୋଗାଯିବ ।

ବର୍ଷକ ତଳୁ ଘଣା ପେଡ଼ା ରାଶି ତେଲରେ ବିଭିନ୍ନ ପ୍ରକାର ସୁବାସିତ ଫୁଲ, କର୍ପୁର, ଔଷଧୀୟ ଚେରମୂଳ ଓ ସୁବାସିତ ଦ୍ରବ୍ୟ ପଡ଼ି ଏହାକୁ ମାଟି ତଳେ ପୋତାଯାଇ ପ୍ରସ୍ତୁତ କରାଯାଇଥାଏ । ମଧ୍ୟାହ୍ନ ଧୂପ ଏବଂ ଦକ୍ଷିଣୀ ଘର ଭୋଗ ସମ୍ପର୍ଣ୍ଣ ପରେ ପତି ମହାପାତ୍ର ସେବକ ଏହାକୁ ସଂସ୍କାର କରି ଦଇତାପତିଙ୍କୁ ଯୋଗାଇ ଦେବା ପରେ ଦଇତାପତି ସେବକ ମାନେ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଏହାକୁ ମର୍ଦନ କରିବେ । ଶନିବାର ଠାରୁ ମହାପ୍ରଭୁଙ୍କୁ ଓଷ ଲାଗି ହେବ। ସେପଟେ ଅଣସର ସମୟରେ ଦୁଇ ବେଳା ମହାପ୍ରଭୁଙ୍କ ପଣା ଭୋଗ ଓ ଚକଟା ଭୋଗ ଅର୍ପଣ କରିବା ବିଧି ରହିଛି।

nis-ad
Leave A Reply

Your email address will not be published.