ସହକାରୀ ଇଂଜିନିୟରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

କଟକ: ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ କଟକ ସଦର ବ୍ଳକ ସହକାରୀ ଯନ୍ତ୍ରୀ ବିକାଶ ଚନ୍ଦ୍ର ଭୂୟାଁଙ୍କ ଘର ସମେତ ମୋଟ ୪ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଏକକାଳୀନ ଚଢ଼ଉ ଚାଲିଛି। କଟକର ସ୍ବତନ୍ତ୍ର ଭିଜିଲାନ୍ସ ଜଜଙ୍କ ସର୍ଚ୍ଚ ଓ୍ବାରେଣ୍ଟ ବଳରେ ଏହି ଚଢ଼ଉ କରାଯାଉଛି। ଶ୍ରୀ ଭୂୟାଁଙ୍କ ନାମରେ ଆଗରୁ ଦୁର୍ନୀତିର ଅଭିଯୋଗ ଥିଲା।

ସୂଚନା ଅନୁଯାୟୀ, କଟକ ସଦର ବ୍ଳକ ସହକାରୀ ଯନ୍ତ୍ରୀ ବିକାଶ ଚନ୍ଦ୍ର ଭୂୟାଁଙ୍କର ଭୁବନେଶ୍ୱରର ସୌଭାଗ୍ୟ ନଗର ସ୍ଥିତ ଘର, କଟକ ଜିଲ୍ଲା ନରସିଂହପୁର ଥାନା ଅନ୍ତର୍ଗତ ଲେହେଙ୍ଗା ଗ୍ରାମ ସ୍ଥିତ ତାଙ୍କ ପୈତୃକ ଘର, ଭୁବନେଶ୍ୱର ଚକେଇସିଆଣି ସ୍ଥିତ ତାଙ୍କର ଜଣେ ସଂପର୍କୀୟଙ୍କ ଘର ଓ କଟକ ସଦର ବ୍ଲକ୍ ସ୍ଥିତ ତାଙ୍କ ଅଫିସ ରୁମ୍‌ରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଭିଜିଲାନ୍ସର ୩ ଜଣ ଡିଏସ୍‌ପି, ୪ ଜଣ ଇନ୍ସପେକ୍ଟର ଓ ଅନ୍ୟାନ୍ୟ କର୍ମଚାରୀ ଏହି ଚଢ଼ଉରେ ସାମିଲ ହୋଇଛନ୍ତି। ଏନେଇ ଅଧିକ ତଥ୍ୟକୁ ଅପେକ୍ଷା କରାଯାଇଛି।

nis-ad
Leave A Reply

Your email address will not be published.