ଆଗାମୀ ୫ ଦିନ ଯାଏଁ ତାତିରୁ ନିସ୍ତାର ନାହିଁ…

ଭୁବନେଶ୍ୱର: ସଂପ୍ରତି ଅସହ୍ୟ ଗ୍ରାଷ୍ମପ୍ରବାହ ଓ ତାତିରେ ସନ୍ତୁଳି ହେଉଥିବା ରାଜ୍ୟବାସୀଙ୍କୁ ନିକଟ ଭବିଷ୍ୟତରେ ଏଥିରୁ ମୁକ୍ତି ମିଳିବାର ସମ୍ଭାବନା ନାହିଁ। ଆସନ୍ତା ୫ ଦିନ ମଧ୍ୟରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ତାପମାତ୍ରାରେ ବଡ଼ ଧରଣର ପରିବର୍ତ୍ତନ ହେବ ନାହିଁ। ତେବେ, ଆସନ୍ତା ୫ ଦିନ ମଧ୍ୟରେ ଓଡ଼ିଶାର କେତେକ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ସ୍ୱାଭାବିକ ଠାରୁ ୪ରୁ ୬ ଡିଗ୍ରି ପର୍ଯ୍ୟନ୍ତ ଅଧିକ ରହିବ। ଫଳରେ ଆଗାମୀ ୫ ଦିନ ଆକାଶରୁ ନିଆଁ ବର୍ଷିବା ସହ ଅସହ୍ୟ ତାତି ଓ ଗୁଳୁଗୁଳି ଲୋକଙ୍କୁ କଲବଲ କରିବ।
ଏହାକୁ ଦୃଷ୍ଟିରେ ରଖି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆଗାମୀ ୨୪ ଘଣ୍ଟା ନିମନ୍ତେ ଅର୍ଥାତ୍‌ ୧୫ ତାରିଖ ଅପରାହ୍ନ ପର୍ଯ୍ୟନ୍ତ ଗ୍ରୀଷ୍ମ ପ୍ରବାହ ପାଇଁ ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ବଲାଙ୍ଗୀର, ସୋନପୁର, ବୌଦ୍ଧ ନୂଆପଡ଼ା ଓ ସୁନ୍ଦରଗଡ଼ ଜିଲ୍ଲା ପାଇଁ କମଳା ଚେତାବନୀ ବା ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି କେନ୍ଦୁଝର, ମୟୂରଭଞ୍ଜ ଅନୁଗୁଳ, ଦେବଗଡ଼, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଜାରି ରହିବାର ସମ୍ଭାବନା ଥିବାରୁ ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ବା ହଳଦିଆ ଚେତାବନୀ ଜାରି କରାଯାଇଛି।

ସେହିପରି ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ସୋନପୁର ଓ ବଲାଙ୍ଗୀର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ରାତି ସମୟରେ ଅସହ୍ୟ ଗରମ ଅନୁଭୂତ ହେବାର ସମ୍ଭରବନା ରହିଛି। ଗ୍ରୀଷ୍ମ ପ୍ରବାହ ସମୟରେ ଅଂଶୁଘାତର ଆଶଙ୍କା ରହିଥିବାରୁ ଦିନ ୧୧ଟାରୁ ଅପରାହ୍ନ ୩ଟା ମଧ୍ୟରେ ବାହାରକୁ ଯିବା ସମୟରେ ସତର୍କତାମୂଳକ ପଦକ୍ଷେପ ନେବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି।

nis-ad
Leave A Reply

Your email address will not be published.